ଗଞ୍ଜାମ: ଜିଲ୍ଲା ପାତ୍ରପୁର ବ୍ଲକ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଦୁଇ ଦିନ ଧରି ମଧ୍ୟାହ୍ନ ଭୋଜନ ନମିଳିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ଅଭିଭାବକମାନେ ବିଇଓଙ୍କ ନିକଟରେ ଅଭିଯୋଗ କରିଥିଲେ। ତଦନ୍ତ ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ଅଭିଯୋଗ ଅନୁସାରେ, ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ଅନିୟମିତତା ସହ ପ୍ରଧାନଶିକ୍ଷକଙ୍କ ବିରୋଧରେ ଅନ୍ୟାନ୍ୟ ଅଭିଯୋଗ ମଧ୍ୟ ଆସିଥିଲା। ଘଟଣାର ତଦନ୍ତ ପରେ ଶିକ୍ଷା ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
Tags
Odisha
