ଝାରସୁଗୁଡ଼ା: ସହରର ମୁଖ୍ୟ ରାସ୍ତାରେ ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁର ପ୍ରକୋପ ବଢ଼ିବା ସହ କାରଟି ହୁତୁହୁତୁ ହୋଇ ଜଳିବାକୁ ଲାଗିଥିଲା। ସୌଭାଗ୍ୟବଶତଃ, ନିଆଁ ଲାଗିବା କ୍ଷଣି କାରରେ ଥିବା ସମସ୍ତ ଯାତ୍ରୀ ତୁରନ୍ତ ତଳକୁ ଓହ୍ଲାଇ ପଡ଼ିଥିଲେ। ଫଳରେ ଏକ ବଡ଼ ଧରଣର ଅଘଟଣରୁ ସମସ୍ତେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ଉପସ୍ଥିତ ଲୋକଙ୍କ ସହାୟତାରେ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡରେ କାରଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ଯାଇଛି। ଅଗ୍ନିକାଣ୍ଡ ଯୋଗୁ କିଛି ସମୟ ପାଇଁ ମୁଖ୍ୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପରେ ନିଆଁ ଲିଭିବା ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିଲା।
Tags
Odisha
