ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ


ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ଏହାସହ ତାଙ୍କୁ ସଂସଦୀୟ ବ୍ୟାପାର ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। ସେହିପରି ଆଇଏଏସ୍ ସୁଧାଂଶୁ ମୋହନ ସାମଲଙ୍କୁ ଓଏମସିର ଏମଡି ଭାବେ ନିଯୁକ୍ତି ମିଳିଛି। ତାଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଡା. ବୃନ୍ଦା ଡିଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି।

Previous Post Next Post